www.samajalive.in
Friday, December 5, 2025
20.1 C
Bhubaneswar

ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ ଓ ରପ୍ତାନୀ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର । ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ ଭାରତ ପାକିସ୍ତାନରୁ ସମସ୍ତ ସାମଗ୍ରୀର ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଆମଦାନୀକୁ ତୁରନ୍ତ ପ୍ରଭାବରୁ ନିଷିଦ୍ଧ କରିଛି । ବିଜ୍ଞପ୍ତିରେ କୁହାଯାଇଛି ଯେ ଜାତୀୟ ସୁରକ୍ଷା ଏବଂ ସାର୍ବଜନୀନ ନୀତିର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରତିବନ୍ଧକ ଲଗାଯାଇଛି । ଏହି ପ୍ରତିବନ୍ଧକର ଯେକୌଣସି ବ୍ୟତିକ୍ରମ ପାଇଁ ଭାରତ ସରକାରଙ୍କ ଅନୁମୋଦନ ଆବଶ୍ୟକ ହେବ ।

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାଣିଜ୍ୟକ ସମ୍ପର୍କ ବହୁତ ସୀମିତ । ଉଭୟ ଦେଶ ପରସ୍ପରକୁ କିଛି ସାମଗ୍ରୀ ଆମଦାନୀ ଏବଂ ରପ୍ତାନୀ କରନ୍ତି । ଭାରତ ପାକିସ୍ତାନରୁ ଶୁଖିଲା ଫଳ, ତରଭୁଜ ଏବଂ ଅନ୍ୟାନ୍ୟ ଫଳ, ସିମେଣ୍ଟ ଏବଂ ପଥର ଲୁଣ ବ୍ୟତୀତ ଅନ୍ୟାନ୍ୟ ସମାଗ୍ରୀ ଆମଦାନୀ କରେ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories