www.samajalive.in
Sunday, December 14, 2025
19.1 C
Bhubaneswar

ନିରଞ୍ଜନ ରଥଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ

ଭୁବନେଶ୍ଵର: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ନିରଞ୍ଜନ ରଥଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ରାଜ୍ୟପାଳଙ୍କ ‘ଏକ୍ସ’ ଆକାଉଣ୍ଟରେ ଶୋକବାର୍ତ୍ତା ପ୍ରକାଶ ପାଇଛି, ଯେଉଁଥିରେ ଲେଖାହୋଇଛି, ‘‘ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବିଶିଷ୍ଟ ସମାଜସେବୀ ତଥା ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଜ୍ୟପାଳ କହିଛନ୍ତି ଯେ, ସେ ଜଣେ ଉତ୍ସର୍ଗୀକୃତ ଆତ୍ମା ​​ଥିଲେ ଯିଏ ସମାଜ ଏବଂ ଏହାର ରିଲିଫ୍ କମିଟି ମାଧ୍ୟମରେ ସ୍ଥାୟୀ ଅବଦାନ ରଖିଥିଲେ।’’


ସୂଚନାଯୋଗ୍ୟ, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ନିରଞ୍ଜନ ରଥଙ୍କର ଗୁରୁବାର ରାତି ୧୧ଟାବେଳେ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଚାରିଦିନ ତଳେ ଭୀଷଣ ଜ୍ବର, କଫ ଓ ବିଭିନ୍ନ ସଂକ୍ରମଣ ଯୋଗୁଁ ତାଙ୍କୁ ଥୋରିଆ ସାହିସ୍ଥିତ ଶାନ୍ତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇ ଭେଣ୍ଟିଲେଟର ଜରିଆରେ ଚିକିତ୍ସା କରାଯାଉଥିଲା। ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ସତ୍ତ୍ବେ ସ୍ଥିତିରେ ଉନ୍ନତି ଘଟି ନ ଥିଲା। ଗୁରୁବାର ରାତିରେ ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଚିକିତ୍ସକଙ୍କ ସୂତ୍ରରୁ ପ୍ରକାଶ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories