ଡେସ୍କ : ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ନୂଆଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭବନରେ ରାଜ୍ୟପାଳ, ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବା ଅବସରରେ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।

ସେହିପରି ସେ ମଧ୍ୟ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ପ୍ରଧାନମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାପଡ଼ିଛି।



