www.samajalive.in
Monday, December 8, 2025
16.1 C
Bhubaneswar

ମା’ ସମଲେଶ୍ୱରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

ସମ୍ବଲପୁର: ଓଡିଶାର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ସମ୍ବଲପୁରକୁ ୨ ଦିନିଆ ଗସ୍ତରେ ଆସିଥିଲେ। ଶୁକ୍ରବାର ରାତ୍ରିରେ ସମ୍ବଲପୁରରେ ପହଞ୍ଚିବା ପରେ ରାତ୍ରି ରହଣୀ ପରେ ଶନିବାର ସକାଳ ସମୟରେ ରାଜ୍ୟପାଳ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଦର୍ଶନ ପାଇଁ ମନ୍ଦିରକୁ ଯାଇଥିଲେ। ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିଥିଲେ।

ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ପୂର୍ବତନ ବିଧାୟକ ନାଉରୀ ନାଏକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ରହିଥିଲେ। ଏହା ପରେ ରାଜ୍ୟପାଳ ଡ. କମ୍ଭମପାଟି ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୫ତମ ସମାବର୍ତ୍ତନ ଉତ୍ସବ ଓ ବୁର୍ଲା ଭିସୁଟର ୧୬ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଅପରାହ୍ନରେ ରାଜ୍ୟପାଳ ରାଜଧାନୀ ଭୁବନେଶ୍ୱର ଫେରିଯାଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories