www.samajalive.in
Sunday, December 7, 2025
26.1 C
Bhubaneswar

ବାତ୍ୟା ପାଇଁ ଛୁଟି ବାତିଲ

ଭୁବନେଶ୍ଵର: ବାତ୍ୟା ୟାସ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହାକୁ ଦୃଷ୍ଟିରେ ସରକାର ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି।

ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ କହିଛନ୍ତି, ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। କେହି ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ୧୦ ଜିଲାକୁ ସଜାଗ ରହିବାକୁ କୁହାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଜିଲା ପ୍ରଶାସନ ସହ ମିଶି କାମ କରାଯିବ। ବାତ୍ୟା ପାଇଁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ୍‌ ଖୋଲାଯାଇଛି। ପୂର୍ବରୁ ଅନେକ ବାତ୍ୟାର ଅନୁଭୂତି ରହିଛି। ସେହି ଅନୁଭୂତିକୁ ଆଧାର କରି ଏହି ବାତ୍ୟାର ମୁକାବିଲା କରାଯିବ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories