www.samajalive.in
Sunday, December 7, 2025
18.1 C
Bhubaneswar

ପିଆଜ ରପ୍ତାନୀ କଟକଣା ପ୍ରତ୍ୟାହାର ପାଇଁ ନିଷ୍ପତ୍ତି

ନୂଆଦିଲ୍ଲୀ : ପିଆଜ ରପ୍ତାନୀ ଉପରେ କେନ୍ଦ୍ର ସରକାର ୬ ମାସ ତଳେ ଲାଗୁ କରିଥିବା କଟକଣାକୁ ପ୍ରତ୍ୟାହାର କରିନେବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ରବି ଫସଲ ଆସିବା ପରେ ପିଆଜର ମୂଲ୍ୟ ହ୍ରାସ ପାଇବାର ସମ୍ଭାବନା ଥିବାରୁ କୃଷକମାନଙ୍କର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।
ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ମନ୍ତ୍ରୀମାନଙ୍କ ଗୋଷ୍ଠୀର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଖାଦ୍ୟମନ୍ତ୍ରୀ ରାମବିଳାସ ପାଶ୍ୱାନ, କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ବାଣିକ୍ୟ ମନ୍ତ୍ରୀ ପୀୟୁଷ ଗୋଏଲ୍‍ ଓ କ୍ୟାବିନେଟ୍‍ ସଚିବ ରାଜୀବ ଗୱା ବୈଠକରେ ଉପସ୍ଥିତ ଥିଲେ। ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟ ଦ୍ୱାରା ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହେବା ପରେ ପିଆଜ ରପ୍ତାନୀ ଉପରେ ଲାଗୁ କରାଯାଇଥିବା କଟକଣା ପ୍ରତ୍ୟାହାର ହୋଇପାରିବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories