www.samajalive.in
Saturday, December 6, 2025
15.1 C
Bhubaneswar

ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ, ଶେଷ ହିତାଧିକାରୀ ଯାଏ ଚାଲିବ ପଞ୍ଜୀକରଣ

ସମାଜ ଡିଜିଟାଲ ଡେସ୍କ: ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡ଼ିବ ସୁଭଦ୍ରା ରଥ। ଶନିବାର ଗଣେଶ ପୂଜା ଅବସରରେ ଭୁବନେଶ୍ଵର ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୁଭଦ୍ରା ରଥ ଗାଁଠୁ ସହର ଚାରିଆଡେ ବୁଲି ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବା ସହିତ ଉପଯୁକ୍ତ ତଥ୍ୟ ପ୍ରଦାନ କରିବ। ହିତାଧିକାରୀମାନେ ଯେପରି ଭ୍ରମିତ ନ ହେବେ ସେଥିଲାଗି ସରକାର ଏହି ବ୍ୟବସ୍ଥା କରିଛନ୍ତି।

- Advertisement -

ଅନ୍ୟପଟେ ସୁଭଦ୍ରା ଯୋଜନାର ପଞ୍ଜୀକରଣ ଲାଗି କୌଣସି ନିର୍ଦ୍ଦିଷ୍ଟ ସମୟସୀମା ନାହିଁ। ଶେଷ ହିତାଧିକାରୀ ପର୍ଯ୍ୟନ୍ତ ଏହି ଯୋଜନାରେ ପଞ୍ଜୀକରଣ ଜାରି ରହିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ପରିଡ଼ା ରାଜ୍ୟବାସୀଙ୍କୁ ଏହି ସୂଚନା ଦେଇଛନ୍ତି। ପରିଡ଼ା ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଧୈର୍ଯ୍ୟ ରଖନ୍ତୁ, ଶୀଘ୍ର ସୁଭଦ୍ରା ସମସ୍ତଙ୍କ ନିକଟରେ ପହଞ୍ଚିବ। ଏହାର ସମୟସୀମା ନାହିଁ। ଲମ୍ବାଧାଡ଼ିରେ ରହିବାରୁ ନିବୃତ୍ତ ରୁହନ୍ତୁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories