www.samajalive.in
Friday, December 5, 2025
26.1 C
Bhubaneswar

ଶନିବାର, ରବିବାର ସରକାରୀ କାର୍ଯ୍ୟାଳୟ ଖୋଲା

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି ଏବଂ ରବିବାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପୂର୍ବ କାର୍ଯ୍ୟ ଦିବସ ପରି ଏହି ଦୁଇଦିନ ସରକାରୀ କାର୍ଯ୍ୟାଳୟଗୁଡ଼ିକ ଖୋଲା ରହିବ। ସ୍ବତନ୍ତ୍ର ରିଲିଫ ଆୟୁକ୍ତ ଦେଓରଞ୍ଜନ କୁମାର ସିଂ ଏ ସଂକ୍ରାନ୍ତରେ ଶୁକ୍ରବାର ସମସ୍ତ ବିଭାଗକୁ ଚିଠି ଲେଖି ଜଣାଇଛନ୍ତି। ବାତ୍ୟା ‘ଦାନା’ ପରବର୍ତ୍ତୀ ସମୟରେ ବିପନ୍ନଙ୍କୁ ରିଲିଫ ପ୍ରଦାନ ସହିତ ପୁନରୁଦ୍ଧାର କାର୍ଯ୍ୟ ପ୍ରାଥମିକତା ଭିତ୍ତିରେ ସମ୍ପାଦନ କରାଯିବାର ଆବଶ୍ୟକତା ରହିଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି। ସମସ୍ତ ବିଭାଗ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଏସଆରସି ଶ୍ରୀ ସିଂ କହିଛନ୍ତି। ସେହିପରି ପ୍ରଭାବିତ ଜିଲାରେ ଥିବା ବିଭାଗୀୟ କର୍ମଚାରୀ ଓ ଅଫିସରମାନେ ମୁଖ୍ୟାଳୟ ନଛାଡ଼ିବାକୁ ଅବଗତ ଯାଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories