www.samajalive.in
Saturday, December 6, 2025
16.1 C
Bhubaneswar

ଅସ୍ୱାଭାବିକ ମୃତ୍ୟୁର ତଦନ୍ତ ହେବ, ଖରାରେ କାମ ନ କରିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମ ଓଡ଼ିଶାରେ ଅସ୍ୱାଭାବିକ ମୃତ୍ୟୁ ଘଟଣାର ତଦନ୍ତ ହେବ। ଜନସ୍ୱାସ୍ଥ୍ୟ ବିଭାଗ ଶୁକ୍ରବାର ଏ ନେଇ ନିର୍ଦ୍ଦେଶ ଜାରି କରିଛି। ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ଏହାର ତଦନ୍ତ କରିବେ। ମୃତଦେହଗୁଡ଼ିକର ବ୍ୟବଚ୍ଛେଦ କରାଯିବ। ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି।

ପଶ୍ଚିମଓଡ଼ିଶାର ସୁନ୍ଦରଗଡ଼଼ ଜିଲାରେ ୧୬ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେବଳ ରାଉରକେଲାରେ ୧୨ ଜଣ ପ୍ରାଣ ହରାଇଛନ୍ତି। ୪ ଜଣ ଅଂଶୁଘାତରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଅନ୍ୟମାନେ ଖରାରେ କାମ କରୁଥିବାରୁ ପ୍ରାଣ ହରାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣୁ ଖରାରେ ବିଶେଷ କରି ପୂର୍ବାହ୍ନ ୧୧ଟାରୁ ୩ଟା ମଧ୍ୟରେ କାମ ନ କରିବାକୁ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ଏହାର ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଲ୍ଲଂଘନ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସଆରସି କହିଛନ୍ତି।

- Advertisement -

ସୁନ୍ଦରଗଡ଼଼ରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ଲୋକେ ଏହାକୁ ଅଂଶୁଘାତ ଜନିତ ମୃତ୍ୟୁ ବୋଲି ଅଭିଯୋଗ କରିଛନ୍ତି। ଅଭିଯୋଗର ସତ୍ୟାସତ୍ୟ ଜାଣିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀଦଳ ରାଉରକେଲା ଯାଇଛନ୍ତି। ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅନ୍ୟ ରୋଗୀମାନଙ୍କୁ ଡାକ୍ତରୀ ଦଳ ଭେଟି ଘଟଣାର ଅନୁଧ୍ୟାନ କରିବେ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories