www.samajalive.in
Monday, December 8, 2025
24.1 C
Bhubaneswar

ତୃତୀୟ ଲହର ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ଜନ ସ୍ବାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର : ତୃତୀୟ ଲହର ମୁକାବିଲା ଲାଗି ରାଜ୍ୟ ସରକାର ସମର୍ଥ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି। ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ଅଧିକ ବୋଲି ନିଜ ପ୍ରତିକ୍ରିୟାରେ ଶ୍ରୀ ମିଶ୍ର କହିଛନ୍ତି। କୋଭିଡ ନିୟମ ଅନୁଯାୟୀ ବିଦେଶଗତଙ୍କର ସର୍ଭେଲାନ୍ସ ଚାଲିଛି, ଦ୍ଵିତୀୟ ଲହରରେ ଯେଉଁ ଚିକିତ୍ସା ଥିଲା,  ତାହା ଏବେ ମଧ୍ୟ ରହିଛି ।

ଓମିକ୍ରନ ଯୋଗୁଁ ଯେଉଁ ପରିସ୍ଥିତି ସୃଷ୍ଟି ହେବ, ତାକୁ ସମ୍ଭାଳିବା ଲାଗି ଆମର କ୍ଷମତା ରହିଛି । ରୋଗୀ ସଂଖ୍ୟା ବୃଦ୍ଧି ସହ ତାଳ ଦେଇ ଭିତ୍ତିଭୂମି ବଢ଼ାଯିବ। ପୂର୍ବ ପ୍ରସ୍ତୁତି ସହ ଅକ୍ସିଜେନ, ବେଡ, ଜରୁରି ଔଷଧ ମହଜୁଦ ରହିଛି।
ଆମେ ସତର୍କତା ବଢାଇଛୁ, ଓମିକ୍ରନ ଚିହ୍ନଟ ପାଇଁ ଜିନମ ସିକ୍ବେନ୍ସିଂ ଆବଶ୍ୟକ । ତେଣୁ ସିକ୍ବେନ୍ସିଂ ପାଇଁ ଯାଉଥିବା ନମୁନା ସଂଖ୍ୟା ବଢାଇବାକୁ କୁହାଯାଇଛି । ଏବେ ସୁଦ୍ଧା ରାଜ୍ୟକୁ ଆଟ ରିସ୍କ ଦେଶରୁ ୧୫୦୦ରୁ ଅଧିକ ଲୋକ ଆସିଲେଣି ।  ଓମିକ୍ରନର ଲକ୍ଷଣ ପୂର୍ବ ଭଳି ପ୍ରାୟ ସମାନ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories