www.samajalive.in
Saturday, December 6, 2025
16.1 C
Bhubaneswar

ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଇଂଜିନିୟରିଂ ଓ ମେଡକାଲ ପାଠ୍ୟକ୍ରମରେ ୧୫% ସ୍ଥାନ ସଂରକ୍ଷଣ, ଉପକୃତ ହେବେ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟର ସରକାରୀ ଉଚ୍ଚବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କ ଘରୋଇ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କ ତୁଳନାରେ ଶିକ୍ଷା କ୍ଷେତ୍ରରେ ଅସମାନତାର ସମ୍ମୁଖୀନ ହେଉଥିବାର ଲକ୍ଷ୍ୟ କରାଯାଏ । ଯେହେତୁ ଡାକ୍ତରୀ/ଇହଜିନିୟରିଂ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ଗ୍ରହଣ କରିବା ପାଇଁ ସେମାନଙ୍କର ଆର୍ଥିକ ସୁବିଧା ବା ସକ୍ଷମତା ନାହିଁ । ତେଣୁ ନିଟ୍‌ ଓ ଜେଇଇ(ମେନ୍‌) ପରି ସର୍ବଭାରତୀୟ ପରୀକ୍ଷାରେ ସେମାନଙ୍କ ପ୍ରଦର୍ଶନ ସନ୍ତୋଷଜନକ ହୋଇପାରୁନାହିଁ ।
ତେଣୁ ଏହି ପ୍ରସଙ୍ଗରେ ବିଚାରବିମର୍ଶ କରି ଏହି ଅସମାନତାକୁ ଦୂର କରିବା ଏବଂ ସରକାରୀ ଉଚ୍ଚବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କର ଇଂଜିନିୟରିଂ/ମେଡିକାଲ ପାଠ୍ୟକ୍ରମରେ ଅଧିକ ଅନୁପାତରେ ପ୍ରବେଶକୁ ସହଜ କରିବା ନିମନ୍ତେ ଆବଶ୍ୟକୀୟ ସୁପାରିଶ କରିବା ପାଇଁ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଡ. ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାସଂପନ୍ନ କମିଟି ଗଠନ କରାଯାଇଥିଲା। ଏହି କମିଟି ବିସ୍ତୃତ ଭାବେ ବିଚାରବିମର୍ଶ କରି ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀଙ୍କ ମେଡିକାଲ/ଇଂଜିନିୟରିଂରେ ପ୍ରବେଶ କରିବାର ସୁଯୋଗକୁ ବ୍ୟାପକ କରିବା ପାଇଁ ତାଙ୍କ ରିପୋର୍ଟ ପ୍ରଦାନ କରିଥିଲେ। ପରବର୍ତ୍ତୀ ସମୟରେ ଏହି ରିପୋର୍ଟ ରାଜ୍ୟ କ୍ୟାବିନେଟ୍‌ରେ ଗୃହୀତ ହୋଇଥିଲା।

ଓଡ଼ିଶା ବିଧାନସଭା ମଧ୍ୟ ସର୍ବସମ୍ମତି କ୍ରମେ ଉଚ୍ଚ କ୍ଷମତା ସଂପନ୍ନ କମିଟିର ଉକ୍ତ ରିପୋର୍ଟକୁ ଗ୍ରହଣ କରି ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ମେଡିକାଲ ଏବଂ ଇଂଜିନିୟରିଂ ଶିକ୍ଷାରେ ପ୍ରବେଶ କରିବାର ସୁଯୋଗକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେଣୁ, ଓଡ଼ିଶା ବୃତ୍ତିଗତ ଶିକ୍ଷା ଅନୁଷ୍ଠାନ (ନାମଲେଖା ଓ ଫି ଆଦାୟ ନିୟମର ନିର୍ଦ୍ଧାରଣ) ଧାରା ୨୦୦୭ ଦ୍ୱାରା ପ୍ରଦତ୍ତ କ୍ଷମତାକୁ ବ୍ୟବହାର କରି ଉଚ୍ଚ କ୍ଷମତାସଂପନ୍ନ କମିଟିର ସୁପାରିଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟର ମେଡିକାଲ ଓ ଇଂଜିନିୟରିଂ କଲେଜଗୁଡ଼ିକରେ ୧୫% ସିଟ୍‌ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଅଧୀନରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରୁ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଅଧୀନରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ/ସରକାରୀ ଜୁନିଅର କଲେଜରୁ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ବିଦ୍ୟାର୍ଥୀଙ୍କ ପାଇଁ ସଂରକ୍ଷିତ ରହିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସଂରକ୍ଷଣ ପ୍ରତ୍ୟେକ ସଂରକ୍ଷିତ ଏବଂ ଅଣସଂରକ୍ଷିତ ବର୍ଗଙ୍କ ପାଇଁ ସମାନ୍ତରାଳ ଭାବେ ଲାଗୁ କରାଯିବ।

- Advertisement -

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି।

ମୁଖ୍ୟମନ୍ତ୍ରୀ ବିଗତ ଦିନରେ ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା ଲାଭ ନିମନ୍ତେ ୧୫% ସଂରକ୍ଷଣ ବ୍ୟବସ୍ଥା ବିଷୟରେ ଘୋଷଣା କରିଥିବାବେଳେ ଆଜି ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା ଲାଭ ନିମନ୍ତେ ୧୫% ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହା ଦ୍ବାରା ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ପଢୁଥିବା ମେଧାବୀ ଛାତ୍ରଛାତ୍ରୀମାନେ ବହୁଳ ଭାବେ ଉପକୃତ ହେବେ।
ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି  ଦେବୀ ରଞ୍ଜନ ତ୍ରିପାଠୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଜ୍ଞାପନ କରିବା ସହ ଏହି ବିଜ୍ଞପ୍ତି ଜାରି ହେବା ପରେ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ପଢୁଥିବା ମେଧାବୀ ଛାତ୍ରଛାତ୍ରୀମାନେ ବେଶ ଲାଭବାନ ହେବେ ଏବଂ ଆଗାମୀ ଦିନରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିବ ବୋଲି ନିଜ ପ୍ରତିକ୍ରିୟା ପୋଷଣ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ଐତିହାସିକ ନିଷ୍ପତ୍ତିକୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସ୍ଵାଗତ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ ଜଣାଯାଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories