www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶାରେ ବିଜେପି ଓ ବିଜେଡି ବିରୋଧରେ ମହାମେଣ୍ଟ

ଭୁବନେଶ୍ୱର : ଚଳିତ ବର୍ଷ ସାଧାରଣ ନିର୍ବାଚନରେ ଓଡ଼ିଶାରେ ବିଜେପି ଓ ବିଜେଡି ବରୋଧରେ ମହାମେଣ୍ଟ ଗଠନ ହେବ। ସିପିଆଇ କେନ୍ଦ୍ରୀୟ ସମ୍ପାଦକ ଡି. ରାଜା ରବିବାର ଭୁବନେଶ୍ୱର ଏକ ଦଳୀୟ କାର୍ଯ୍ୟକ୍ରମରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ସିପିଆଇ, ସିପିଏମ୍‍, ଜେଏମଏମ ଓ କଂଗ୍ରେସକୁ ନେଇ ଏହି ମହାମେଣ୍ଟ ଗଠନ କରାଯିବ।
ସୂଚନାଯୋଗ୍ୟ ଯେ ବିଜେଡି ଓ ବିଜେପିକୁ ଶାସନ ଗାଦିଠାରୁ ଦୂରେଇ ରଖିବା ପାଇଁ ଆସନ୍ତା ସାଧାରଣ ନିର୍ବାଚନରେ କଂଗ୍ରେସ ରାଜ୍ୟରେ ସମଭାବାପନ୍ନ ରାଜନୈତିକ ଦଳ ଓ ନେତାଙ୍କ ସହ ମିଶି ରାଜନୈତିକ ମୈଦାନକୁ ଓହ୍ଲାଇବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପୂର୍ବରୁ କହିଥିଲେ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ସମ୍ମତି ପରେ ଓଡ଼ିଶାରେ ଏଭଳି ମେଣ୍ଟ କରାଯିବ ବୋଲି ନିରଞ୍ଜନ କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories