www.samajalive.in
Saturday, December 13, 2025
26.1 C
Bhubaneswar

ସାର୍ବଜନୀନ ପୂଜାତ୍ସୋବ ପାଇଁ ଆଦାୟ ହେବନି ଗ୍ରାଉଣ୍ଡ ରେଣ୍ଟ, ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହା ଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆସନ୍ତା ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଗଣେଶ ପୂଜା, ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଭୁବନେଶ୍ୱର ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories