www.samajalive.in
Monday, December 15, 2025
26.1 C
Bhubaneswar

ଆଜିଠୁ ଜିଏସ୍‍ଟି ନୂଆଦର

ନୂଆଦିଲ୍ଲୀ: ଆଜିଠୁ ନବରାତ୍ର ଆରମ୍ଭ ହେଉଛି । ନବରାତ୍ରର ପ୍ରଥମ ସୂର୍ଯ୍ୟୋଦୟରୁ ଦେଶରେ ଲାଗୁ ହେଲା ସଂଶୋଧିତ ନୂଆ ସାମଗ୍ରୀ ଓ ସେବା ଶୁଳ୍କ(ଜିଏସ୍‍ଟି) । ଦେଶ ହିତରେ ଜିଏସଟିରେ ଏଭଳି ଆର୍ଥିକ ସଂସ୍କାର କରାଯାଇଛି । ନାଗରିକ ଦେବ ଭବଃ ଧାରାରେ ଏହାକୁ ଦେଶବାସୀ ସଞ୍ଚୟ ଉତ୍ସବ ରୂପେ ପାଳନ କରିବେ । ଜିଏସଟିରେ ଅନେକ ସାମଗ୍ରୀ ଓ ସେବା ସରଳ ଓ ଶସ୍ତା ହେବ । ଏଥର ଆୟକର ସ୍ଲାବରେ ୧୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ ଆୟ କରୁଥିବା କରଦାତାଙ୍କୁ ଆୟକର ମୁକ୍ତ କରାଯାଇଛି । ଉଭୟ ଆର୍ଥିକ ଫାଇଦାକୁ ଯୋଡିଲେ ଏହା ଦ୍ୱାରା ଦେଶବାସୀ ବାର୍ଷିକ ୨.୫ଲକ୍ଷ କୋଟି ଟଙ୍କା ସଞ୍ଚୟ କରିପାରିବେ । ଆର୍ଥିକ ଦୃଷ୍ଟିରୁ ଏହା ସିଧାସଳଖ ଦେଶକୁ ଫାଇଦା ଦେବ ।

ସୋମବାର ଠାରୁ ଦେଶରେ ଜିଏସଟି ୨.୦ କାର୍ଯ୍ୟକାରୀ ହେଉଛି । ଜିଏସଟି ୨.୦କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିବା ସହିତ ଏହା ଦେଶକୁ ଆର୍ଥିକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବା ପାଇଁ ଏକ ବଡ ପଦକ୍ଷେପ ବୋଲି କହିଛନ୍ତି ମୋଦୀ । ଜିଏସଟି ୨.୦ କାର୍ଯ୍ୟକାରୀ ହେବାର କିଛି ଘଣ୍ଟା ପୂର୍ବରୁ ଅର୍ଥାତ୍‍ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଦୋବାସୀଙ୍କୁ ସମ୍ବୋଧନ କରିଥିଲେ ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories