www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ, ୫.୮୫ କୋଟି ରାଜସ୍ଵ ହେରଫେର ଅଭିଯୋଗରେ ଚାଲିଛି ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ(ଦୁର୍ନୀତି ନିବାରଣ) ବିଭାଗ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ୫ କୋଟି ୮୫ ଲକ୍ଷ ଟଙ୍କାର ଟିକସ ହେରଫେର କରିଥିବା ଅଭିଯୋଗରେ ଫସିଛନ୍ତି ଯାଜପୁର ସିଟି (କେନ୍ଦ୍ରୀୟ କର) ଏବଂ ଜିଏସଟି (ସାମଗ୍ରୀ ଏବଂ ସେବା କର) ଏନଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର(ସହକାରୀ ଆୟୁକ୍ତ) ବିନୟ ଭୂଷଣ ତ୍ରିପାଠୀ। ଜଣେ ଡିଲରଙ୍କଠାରୁ ଜବତ ହୋଇଥିବା ସ୍କ୍ରାପକୁ ବିନୟ ଅନ୍ୟତ୍ର ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଯାହାଦ୍ଵାରା ସରକାରଙ୍କର ପ୍ରାୟ ୫ କୋଟି ୮୫ ଲକ୍ଷ ଟଙ୍କାର ରାଜସ୍ଵ ହାନି ଘଟିଛି। ଏହି ଅଭିଯୋଗ ଆସିବା ପରେ ଭିଜିଲାନ୍ସ ଟିମ୍‌ ବିନୟଙ୍କର ବିଭିନ୍ନ ଠିକଣାରେ ଚଢ଼ାଉ ଆରମ୍ଭ କରିଛି। ଭୁବନେଶ୍ଵର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଅଧିକାରୀଙ୍କ ଏକାଧିକ ଟିମ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories