www.samajalive.in
Saturday, December 13, 2025
23.1 C
Bhubaneswar

ଜିଏସ୍‌ଟି କ୍ଷତିପୂରଣ : ଓଡ଼ିଶାକୁ ମିଳିଲା ପାଞ୍ଚହଜାର ​‌କୋଟିରୁ ଅଧିକ ଅର୍ଥ

ଭୁବନେଶ୍ବର :ବିଗତ କିଛି ମାସ ଧରି ଦ୍ରବ୍ୟ ଏବଂ ସେବା ଟିକସ (ଜିଏସ୍‌ଟି)କୁ ନେଇ କେନ୍ଦ୍ର ଏବଂ ରାଜ୍ୟଗୁଡିକ ମଧ୍ୟରେ ଚାଲିଥିବା​‌ ବିବାଦରେ ପୂର୍ଣ୍ଣଛେଦ ପଡିଛି। ଶେଷରେ କେନ୍ଦ୍ର ସରକାର ୨୦୧୯-୨୦ ଆର୍ଥିକବର୍ଷ ନିମନ୍ତେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଜିଏସ୍‌ଟି କ୍ଷତିପୂରଣ ବାବଦ ୧,୬୫,୩୦୨ କୋଟି ଟଙ୍କା ପ୍ରଦାନ କରିଛି । ଏହି ଅନୁକ୍ରମରେ ଓଡ଼ିଶାକୁ ଜିଏସ୍‌ଟି କ୍ଷତିପୂରଣ ବାବଦ ୫,୧୨୨ କୋଟି ଟଙ୍କା ମିଳିଛି । କେନ୍ଦ୍ର ସରକାର ନିକଟରେ କେବଳ ମାର୍ଚ୍ଚ ମାସ ପାଇଁ ଜିଏସ୍‌ଟି କ୍ଷତିପୂରଣ ବାବଦକୁ ୧୩,୮୦୬ ​କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାକୁ ମିଶାଇ ୨୦୧୯-୨୦ ଆର୍ଥିକବର୍ଷରେ ରାଜ୍ୟଗୁଡିକୁ କ୍ଷତିପୂରଣ ବାବଦ ସମସ୍ତ ଅର୍ଥ ପଇଠ କରାଯାଇଛି। ଏହି ଅବଧି ମଧ୍ୟରେ ମୋଟ କ୍ଷତିପୂରଣ ବାବଦକୁ ୧,୬୫,୩୦୨ କୋଟି ଟଙ୍କା ପ୍ରଦାନ କରାଯାଇଥିଲେ ମଧ୍ୟ ଏହି ସମୟ ମଧ୍ୟରେ ୯୫,୪୪୪ କୋଟି ଟଙ୍କା ସଂଗୃହୀତ ହୋଇଛି । ୨୦୧୯-୨୦ ଆର୍ଥିକବର୍ଷର କ୍ଷତିପୂରଣ ପଇଠ କରିବାବେଳେ ୨୦୧୭-୧୮ ଏବଂ ୨୦୧୮-୧୯ ଆର୍ଥିକବର୍ଷର ବଳକା ଥିବା ଅର୍ଥକୁ ମଧ୍ୟ ହିସାବକୁ ନିଆଯାଇଛି । ଏହାଛଡା କେନ୍ଦ୍ର ୩୩,୪୧୨ କୋଟି ଟଙ୍କା ଦେଶର ଅନାବଦ୍ଧ ପାଣ୍ଠିରୁ ମଧ୍ୟ ପ୍ରଦାନ କରିଛି ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories