www.samajalive.in
Sunday, December 7, 2025
14.1 C
Bhubaneswar

ତିନି ଦିନିଆ ଜିଲ୍ଲାସ୍ତରୀୟ ଭାରତ ସ୍କାଉଟ ଓ ଗାଇଡ କ୍ୟାମ୍ପ ଉଦଘାଟିତ

ଜି.ଉଦୟଗିରି : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଳକ ଅନ୍ତର୍ଗତ ଆଡାସିକୁପା ସ୍ଥିତ ନବଜ୍ୟୋତି ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ତିନି ଦିନିଆ ଭାରତ ସ୍କାଉଟ ଓ ଗାଇଡ କ୍ୟାମ୍ପ  ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ରାଇକିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିମାଞ୍ଚଳ ମଣ୍ଡଳ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରି ଅଂଶଗ୍ରହଣ କରିଥିବା ସ୍ବେଛାସେବୀ ଛାତ୍ରଛାତ୍ରୀଙ୍କ ଊଦ୍ଦେଶ୍ୟରେ ୟୁନିଫର୍ମ ସୂଚାଏ କର୍ତ୍ତବ୍ୟ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରି ଥିଲେ।
ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ପୁଷ୍ପାଞ୍ଜଳୀ ମଲ୍ଲିକ ଯୋଗଦେଇ କାର୍ଯ୍ୟକ୍ରମରେ ଭାଗ ନେଇଥିବା ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ କାମନା କରି ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ନିରୀକ୍ଷକ ଅଶୋକ କୁମାର ପାତ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧନେଶ୍ବର ଖୁଣ୍ଟିଆ, ଜେଆରସି ଜିଲ୍ଲା ସମ୍ପାଦକ ସଞ୍ଜୟ କୁମାର ପାତ୍ର, ଜେଆରସି ଗାଇଡ ଦେବୀପ୍ରସାଦ ଶତପଥି, ବିଦ୍ୟାଳୟ ସଭାପତି ତଥା ସ୍ଥାନୀୟ ସମିତି ସଭ୍ୟା ଝୁନୁମା ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଦ୍ମଚରଣ ପ୍ରଧାନ ପରିଚାଳନା କରିଥିବା ବେଳେ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories