www.samajalive.in
Monday, December 15, 2025
26.1 C
Bhubaneswar

ପବିତ୍ର ରଥଯାତ୍ରା ଅବସରରେ ସଂଗୀତଭିତ୍ତିକ କାର୍ଯ୍ୟକ୍ରମ ‘ଗୁହାରି’ ଉଦଘାଟିତ

ଭୁବନେଶ୍ୱର: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଏକ ନିଆରା ଭକ୍ତି ଭାବାପନ୍ନ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ‘ଗୁହାରି’ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଉଦଘାଟନ କରିଥିଲେ । ଏହି ଅବସରରେ ପଦ୍ମଶ୍ରୀ ଶ୍ରୀମତୀ ଶ୍ୟମାମଣି ଦେବୀ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଅତିରିକ୍ତ ଶାସନ ସଚିବ ମଧୁସୂଦନ ଦାଶ, କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ଅଧିକାରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଓଡ଼ିଶା ସଂଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର ପରିଚାଳନା କରିଥିଲେ ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories