www.samajalive.in
Friday, December 12, 2025
15.1 C
Bhubaneswar

ମୌସୁମୀ ପ୍ରଭାବରେ ୫ରାଜ୍ୟରେ ପ୍ରବଳ ବର୍ଷା; ଗୁଜରାଟରେ ବନ୍ୟା ନେଉଛି ଜୀବନ

ନୂଆଦିଲ୍ଲୀ: ଚିନ୍ତା ବଢ଼ାଇଲାଣି ମୌସୁମୀ ବର୍ଷା । ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ସ୍ଥିତି ବେହାଲ ହେବା ସହ ବନ୍ୟା ପରିସ୍ଥିତି ଉପୁଜିଲାଣି । ଗୁଜରାଟରେ ପ୍ରବଳ ବର୍ଷା ଯୋଗୁ ବନ୍ୟାରେ ଅନେକ ଲୋକଙ୍କ ମୃତ୍ୟୁ ହେଲାଣି । ଖାଲି ଗୁଜରାଟ ନୁହେଁ କର୍ଣ୍ଣାଟକ, ମହାରାଷ୍ଟ୍ର, ତେଲେଙ୍ଗାନା ଓ ମଧ୍ୟପ୍ରଦେଶରେ ମଧ୍ୟ ଅଣାୟତ୍ତ ହେଲାଣି ସ୍ଥିତି । ଏହି ୫ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବନ୍ୟା ସ୍ଥିତି ଉପୁଜିଛି ।

ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଥିବାରୁ ଏହି ସବୁ ରାଜ୍ୟରେ ଆହୁରି ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି । ଘଟଣାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ପଦକ୍ଷେପ ନିଆଯାଉଛି । ବନ୍ୟା ସ୍ଥିତି ନେଇ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି । ବନ୍ୟାରେ ପ୍ରଭାବିତ ହୋଇଥିବା ଲୋକଙ୍କୁ କେନ୍ଦ୍ର ସହାୟତା ଦେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

- Advertisement -

ଅନ୍ୟପଟେ ମଧ୍ୟପ୍ରଦେଶରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୋପାଳ, ଇନ୍ଦୋର ଓ ଜବଲପୁର ସମେତ ପ୍ରାୟ ୩୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେହିପରି ବିହାର, ଝାଡଖଣ୍ଡ ଓ କର୍ଣ୍ଣାଟକରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିଛି । ତେଲେଙ୍ଗାନାରେ ପ୍ରବଳ ବର୍ଷା ଯୋଗୁ ଗୋଦାବରୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ବନ୍ୟା ହେବାର ଆଶଙ୍କା ମଧ୍ୟ କରାଯାଉଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories