www.samajalive.in
Saturday, December 6, 2025
26.1 C
Bhubaneswar

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ନେତା ଭୂପେନ୍ଦ୍ର ପଟେଲ। ସୋମବାର ଗୁଜରାଟ ଗାନ୍ଧିନଗର ସ୍ଥିତ ରାଜଭବନରେ ଆୟୋଜିତ ଏକ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ତାଙ୍କୁ ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ରବିବାର ବିଜେପି ବିଧାୟକ ଦଳର ବୈଠକ ହୋଇଥିଲା। ଏହି ବୈଠକରେ ଭୂପେନ୍ଦ୍ର ପଟେଲଙ୍କ ନାମ ଉପରେ ମୋହର ଲଗାଯାଇଥିଲା। ତାଙ୍କୁ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଦୌଡ଼ରେ ନୀତୀନ ପଟେଲ ଓ ମାଣ୍ଡଭୀୟଙ୍କ ଭଳି ବଡ଼ ନାଁ ମଧ୍ୟ ଥିଲା, କିନ୍ତୁ ବିଜେପି ଏଥର ଜଣେ ନୂଆ ମୁହଁ ଉପରେ ବାଜି ଲଗାଇଛି ଏବଂ ପାଟିଦାର ସମ୍ପ୍ରଦାୟର ଭୂପେନ୍ଦ୍ର ପଟେଲଙ୍କୁ ଏହି ବଡ଼ ଦାୟିତ୍ୱ ପ୍ରଦାନ କରାଯାଇଛି। ଆସନ୍ତାବର୍ଷ ଗୁଜରାଟରେ ହେବାକୁଥିବା ବିଧାନସଭା ନିର୍ବାଚନରେ ଭୂପେନ୍ଦ୍ରଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି କୁହାଯାଉଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories