www.samajalive.in
Saturday, December 6, 2025
26.1 C
Bhubaneswar

ଗୁଜରାଟରେ ବସ୍‌‌-ଟ୍ରଲର ଧକ୍କା ; ୬ ମୃତ, ୧୫ ଗୁରୁତର

ଗୁଜରାଟ : ଗୁଜରାଟର ଭଦୋଦରାର କପୁରାଇ ରାଷ୍ଟ୍ରୀୟ ରାଜମାର୍ଗରେ ମଙ୍ଗଳବାର ଏକ ବସ୍‌‌ ଓ ଟ୍ରଲର ମଧ୍ୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଅଧିକାରୀଙ୍କ କହିବାନୁଯାୟୀ, ଏହି ଦୁର୍ଘଟଣା ଭୋର ପ୍ରାୟ ୪ଟାରେ ଘଟିଛି। ଏହି ବସ୍‌‌ଟି ରାଜସ୍ଥାନରୁ ସୁରତ ଅଭିମୁଖେ ଯାଉଥିଲା। ଖବର ପାଇବା ମାତ୍ରେ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିଥିଲେ। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପୁଲିସ ଅଧିକାରୀଙ୍କ କହିବାନୁଯାୟୀ, ରାଜମାର୍ଗରେ ଏକ ପୋଲ ଉପରେ ବସ୍‌‌ଟି ଓଭରଟେକ୍‌‌ କରିବା ସମୟରେ ଉକ୍ତ ଟ୍ରଲରକୁ ପଛପଟୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ହସ୍ପିଟାଲରେ ମୃତ୍ୟୁ ଘଟିଛି। ଅନ୍ୟ ଆହତଙ୍କ ଚିିକିତ୍ସା ଜାରି ରହିଛି। ଘଟଣାର ତଦନ୍ତ କରାଯାଉଛି।

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories