www.samajalive.in
Saturday, December 6, 2025
26.1 C
Bhubaneswar

ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି: ୨୯ ମୃତ

ଗାନ୍ଧୀନଗର : ଗୁଜରାଟରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଗତ ଦୁଇଦିନ ମଧ୍ୟରେ ୨୯ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଗତ କିଛିଦିନ ହେବ ଗୁଜରାଟରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆଗାମୀଦିନରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବର୍ଷା ଯୋଗୁଁ ଏଠାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ଗୁଜରାଟର ବରୋଦା, ଉଦୟପୁର, ନର୍ମଦା, ବରୁଚ ଓ ସୁରଟ ସମେତ ଏକାଧିକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସତର୍କ କରାଯାଇଛି। ବରୋଦାରେ ବର୍ଷା ଯୋଗୁଁ ସ୍ଥିତି ବିଗିଡ଼ି ଯାଇଛି। ଗତ ଦୁଇଦିନ ଧରି ପ୍ରବଳ ବର୍ଷା ହେବାରୁ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। କେତେକ ସ୍ଥାନରେ ୧୨ଫୁଟ ପର୍ଯ୍ୟନ୍ତ ପାଣି ଜମି ରହିଥିବା ଜଣାପଡ଼ିଛି। ବଦୋରା ନିକଟ​‌େ​‌ର ଯାଇଥିବା ବିଶ୍ବମିତ୍ରୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ଜଣାପଡ଼ିଛି। ପ୍ରବଳ ବର୍ଷା ଯୋଗୁଁ ଅଜୱା ଡ୍ୟାମ୍‌ରୁ ଜଳ ନିଷ୍କାସନ କରାଯାଇଛି। ଫଳରେ ବରୋଦା ସହରର ବିଭିନ୍ନ ସ୍ଥାନରେ ପାଣି ପଶିଛି। ବରୋଦାର ୫ ହଜାର ପରିବାରକୁ ପ୍ରଶାସନ ସୁରକ୍ଷିତ ସ୍ଥାନକୁ ନେଇଯାଇଛି। ଉଦ୍ଧାର କାର୍ଯ୍ୟରେ ସେନା, ଏନଡିଆରଏଫ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବାହିନୀକୁ ନିୟୋଜିତ କରାଯାଇଛି। ଗୁଜରାଟର ସ୍ଥିତିକୁ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାକାର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି। ଗୁଜରାଟକୁ ସବୁପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଆଶ୍ବାସନା ଦେଇଥିବା ଭୂପେନ୍ଦ୍ର ସୂଚନା ଦେଇଛନ୍ତି। ମଙ୍ଗଳବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ସ୍ଥିତି ସମୀକ୍ଷା କରିଥିଲେ। ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ସହ ରିଲିଫ ସାମଗ୍ରୀ ପହଞ୍ଚାଇବାକୁ ଭୂପେନ୍ଦ୍ର ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories