www.samajalive.in
Saturday, December 6, 2025
16.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ଉଦ୍ଧମପୁର ଜିଲା ରାମନଗର ଅନ୍ତର୍ଗତ ମାର୍ତ୍ତା ଗ୍ରାମରେ ବୁଧବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗ୍ରାମ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ପୁଲିସ ଏବଂ ଯବାନଙ୍କ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ ଚାଲିଥିଲା। ଅପରାହ୍ନରେ ମାର୍ତ୍ତା ଗ୍ରାମରେ କିଛି ଆତଙ୍କବାଦୀ ଲୁଚିଥିବା ଯବାନମାନେ ଜାଣିବାକୁ ପାଇଥିଲେ। ଫଳରେ ସେମାନେ ଗାଁର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳକୁ ଘେରିଯାଇ ଆତଙ୍କୀମାନଙ୍କୁ ଆତ୍ମସମର୍ପଣ କରିବାକୁ ଚେତାବନୀ ଦେଇଥିଲେ। ଏହା ପରେ ଆତଙ୍କୀମାନେ ଖସିଯିବାକୁ ବାଟ ନ ପାଇ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଫଳରେ ଯବାନମାନେ ସେମାନଙ୍କ ଉପରକୁ ପାଲଟା ଗୁଳି ଚଳାଇଥିଲେ। ଅପରାହ୍ନ ୫ଟା ସୁଦ୍ଧା ଗୁଳିବିନିମୟ ଜାରି ରହିଥିଲା। ପ୍ରାୟ ୩ ଜଣ ଆତଙ୍କୀଙ୍କୁ ଯବାନମାନେ ଘେରି ରହିଥିବା ସୂଚନା ମିଳିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories