www.samajalive.in
Sunday, December 7, 2025
26.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌ , ୧୫ ଆହତ

ପଦ୍ମପୁର: ଭାରସାମ୍ୟ ହରାଇ ଚାଷ ଜମି କୁ ଓଲଟିଲା ଓଏସ୍‌ଆର୍‌ଟିସି ବସ୍‌।  ଅଳ୍ପକେ ବର୍ତ୍ତିଲେ ୪୯ ଯାତ୍ରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକ ଆଖୁସିଙ୍ଗ ଦେଇ ଯାଉଥିବା ୩୨୬ ନଂ ଜାତୀୟ ରାଜପଥରେ। ଏକ ଯାତ୍ରୀବାହୀ ବସ୍  ପୁରୀ ରୁ କୋଟପାଡ଼ ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଚାଷ ଜମିକୁ ଓଲଟି ପଡିଛି । ରାତ୍ରି ପ୍ରାୟ ୩ ଟା ସମୟ ରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପଦ୍ମପୁର ପୁଲିସ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ବସ ର ସାମ୍ନା କାଚ ଭାଙ୍ଗି ଉଦ୍ଧାର କରି ପଦ୍ମପୁର ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ବସ ରେ ମୋଟ୍ ୪୯ ଜଣ ଯାତ୍ରୀ ଥିଲେ । ସେଥରୁ ୧୫ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories