www.samajalive.in
Thursday, December 11, 2025
18.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଚାରି ଆହତ

ଗୁଣୁପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ଗୁମୁଡା ନିକଟ ସୁତରାଜପୁର ଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିର ମୃତ୍ୟୁ ଘଟିଛି । ନୂଆଗଡ଼ରୁ ରାମନାଗୁଡା ଅଭିମୁଖେ ଦୁଇ ଜଣ ଯୁବକ ଏକ ବାଇକ ଯୋଗେ ଯାତ୍ରା କରୁଥିବା ବେଳେ ରାମନାଗୁଡା ନିକଟ ଗୋସେଇଁ ଗୁଲୁମୁଣ୍ଡା ଠାରୁ ଏକ ବାହାଘର ଭୋଜି ରୋଷେଇ ସାରି ନିଜ ଘର ଲିମାପଦରକୁ ଅନ୍ୟ ଏକ ବାଇକରେ ତିନି ଜଣ ଫେରୁଥିବା ସମୟରେ ସୁତରାଜପୁର ନିକଟ ମୋଡ଼ରେ ୨ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଲିମାପଦରର ରମେଶ ପଣ୍ଡା ନାମକ ବ୍ୟକ୍ତିଙ୍କର ମୁତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟ ଚାରି ଜଣଙ୍କ ମଧ୍ୟରୁ ତିନି ଜଣ ଆହତ ହୋଇଥିବା ବେଳେ ଜଣେ ଯୁବକ ଗୁରୁତର ଥିବା ସୂଚନା ମିଳିଛି। ଏହି ଚାରି ଆହତ ବ୍ୟକ୍ତିଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିବା ଜଣାପଡିଛି।

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories