www.samajalive.in
Monday, December 8, 2025
27.1 C
Bhubaneswar

ସ୍କୁଲ ଫାଟକ ପଡ଼ି ଛାତ୍ରୀ ମୃତ

ଗୁଣୁପୁର: ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକ ବିଚିକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ସ୍କୁଲ ପାଚେରୀ ଫାଟକ ଭାଙ୍ଗି ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କ ଉପରେ ପଡ଼ିଯିବା ଫଳରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ହେଲେ ଆହୁତୀ ଶବର।

ସୂଚନା ଅନୁସାରେ, ଆଜି ଦିନ ୧୨ଟା ସମୟରେ କେତେଜଣ ପିଲା ଶୌଚାଳୟ ଯିବା ସମୟରେ ହଠାତ୍ ପାଚେରୀ ଫାଟକଟି ଭାଙ୍ଗି ପଡ଼ିଥିଲା। ଏଥିରେ ଗୁରୁତର ଆହତ ଛାତ୍ରୀଙ୍କୁ ୧୦୮ ଆମ୍ଭୁଲାନ୍ସ ଯୋଗେ ପ୍ରଥମେ ପଦ୍ମପୁର ମେଡିକାଲ ପରେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସିତ ଅବସ୍ଥାରେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଛାତ୍ରୀ ଜଣଙ୍କର ମୃତ୍ୟୁ ଘଟିଛି। ଏପଟେ ବିଚିକୋଟ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories