www.samajalive.in
Saturday, December 6, 2025
23.1 C
Bhubaneswar

ଷଷ୍ଠ ଶ୍ରେଣୀର ହଷ୍ଟେଲ ଛାତ୍ରୀଙ୍କ ମୃତ୍ୟୁ

ଗୁଣପୁର : ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ ଅନ୍ତର୍ଗତ ପୁଟାସିଂ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତ ନାବାଳିକା ଜଣକ ହେଲେ ଲୀନା ଭୂୟାଁ ଏବଂ ସେ ଷଷ୍ଠ ଶ୍ରେଣୀରେ ପଢୁଥିବା ଜଣାପଡିଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ କହିବା ଅନୁଯାୟୀ , ମୃତ ନାବାଳିକା ଜଣକ ଗତକାଲି ସାମାନ୍ୟ ଅସୁସ୍ଥ ଥିଲେ , ହଷ୍ଟେଲ କର୍ତୁପକ୍ଷ ନାବାଳିକାର ସ୍ଵାସ୍ଥ୍ୟ ପରୀକ୍ଷା କରାଇବା ସହ ମେଲେରିଆ ଟେଷ୍ଟ ମଧ୍ୟ କରାଇଥିଲେ । ତେବେ ଆଜି ସକାଳୁ ନାବାଳିକା ଜଣକ ହଠାତ ଅସୁସ୍ଥ ହୋଇପଡି ଗୁରୁତର ହୋଇ ପଡ଼ିଥିଲେ । ସଙ୍ଗେ ସଙ୍ଗେ ବିଦ୍ୟାଳୟ ଓ ହଷ୍ଟେଲ କର୍ତୁପକ୍ଷ ଚିକିତ୍ସା ପାଇଁ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦାୟିତ୍ବରେ ଅବହେଳା ଯୋଗୁଁ ଝିଅର ମୃତ୍ୟୁ ଘଟିଲା ବୋଲି ମୃତ ନାବାଳିକାର ବାପା ଅଭିଯୋଗ କରିଛନ୍ତି ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories