www.samajalive.in
Sunday, December 7, 2025
26.1 C
Bhubaneswar

ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଅଭିଯୋଗ 

ଗୁଣୁପୁର : ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ ଗୁଡ଼ାରୀ ଥାନା ଅନ୍ତର୍ଗତ ଗାଜିଗୁଡାର ପ୍ରହ୍ଲାଦ ଶବର। ବୟସ ପ୍ରାୟ ୬୦ବର୍ଷ ହେବ ବୋଲି ଜଣାପଡିଛି। ପ୍ରହ୍ଲାଦ ସନ୍ଧ୍ୟା ସମୟରେ ଗାଁ ପାଖକୁ ଯାଇଥିଲେ। ଆଉ ଘରକୁ ଫେରି ନଥିଲେ। ଘର ଲୋକ ଖୋଜାଖୋଜି କରିବା ପରେ ପାଇ ନଥିଲେ। ପରେ ଜମିକୁ ଯାଇ ଖୋଜାଖୋଜି କରିଥିଲେ। ପ୍ରହ୍ଲାଦଙ୍କ ମୃତଦେହ ଜମିରେ ପଡି ରହିଥିଲା। ଗୋଡ ଠାରୁ ଦେହ ପର୍ଯ୍ୟନ୍ତ ପୋଡି ଯାଇଥିବା ଦେଖିବାକୁ ପାଇଥିଲେ। ସନ୍ଧ୍ୟାରେ ହଠାତ୍‌ ବର୍ଷା ଓ ବଜ୍ରାଘାତ ହୋଇଥିବାରୁ ବଜ୍ରାଘାତରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ ଗୁଡାରି ପୁଲିସ ପହଞ୍ଚି ତଦନ୍ତ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଗୁଣୁପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଛି।

ମାଈହାତୀ ମୃତ୍ୟ ପରେ ଖୋଜୁଛି ଦନ୍ତା ; ବନ ବିଭାଗ ନାକେଦମ୍

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories