www.samajalive.in
Thursday, December 11, 2025
16.1 C
Bhubaneswar

ସ୍ୱାମୀ ବିବେକାନନ୍ଦ ସ୍କୁଲରେ ଗୁରୁଦିବସ 

ଆଠଗଡ :  ଆଠଗଡ ଅଶୋକ ନଗରସ୍ଥିତ ନୂତନ ଭାବେ ପ୍ରତିଷ୍ଠିତ ସ୍ୱାମୀ ବିବେକାନନ୍ଦ ଆଡଭାନ୍ସଡ ଇଂଲିଶ ମିଡିୟମ ସ୍କୁଲରେ ପବିତ୍ର ଗୁରୁଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶୋକ କୁମାର ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ ଡିଜିଏମ ହିମାଂଶୁ ଶେଖର ପରିଡା ମୁଖ୍ୟଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରତ୍ନମଞ୍ଜରୀ ମହାନ୍ତି, ମୁଖ୍ୟବକ୍ତା ଏବଂ ସାମ୍ବାଦିକ ସର୍ବେଶ୍ୱର ପଣ୍ଡା, ଦିନେଶ ଦାସ, ଲଲାଟେନ୍ଦୁ ସେନାପତି ଓ ସମାଜସେବୀ ହେମନ୍ତ କୁମାର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମାଜରେ ଗୁରୁଙ୍କର ସ୍ଥାନ ଓ ସେମାନଙ୍କର ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ। ମହାନ ଗୁରୁଶିଷ୍ୟ ପରମ୍ପରାକୁ ଉଜ୍ଜୀବିତ ରଖିବା ଉପରେ ସେମାନେ ଗୁରୁତ୍ୱାରୋପ କରିଥିଲେ। ସାମ୍ବାଦିକ ବିଭୂତି ଭୂଷଣ ଖଟୁଆଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍କୁଲର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପୁହାଣ ସ୍ୱାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ କରିବା ସହିତ ଛାତ୍ରଛାତ୍ରୀଙ୍କର ପଥପ୍ରଦର୍ଶକ ଗୁରୁଙ୍କ ପ୍ରତି ସମ୍ମାନବୋଧ ରହିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ପ୍ରାରମ୍ଭରେ ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ସମସ୍ତ ଅତିଥି ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ବିଇଡି ପରୀକ୍ଷାରେ ରେଭେନ୍ସା ୟୁନିଭର୍ସିଟିରେ ପ୍ରଥମସ୍ଥାନ ଅଧିକାର କରି ସ୍ୱର୍ଣ୍ଣପଦକ ପାଇଥିବା ବିଦ୍ୟାଳୟର ଶିକ୍ଷୟିତ୍ରୀ ଶୁଭଶ୍ରୀ ପ୍ରଧାନଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷୟିତ୍ରୀ ଜୀବନଜ୍ୟୋତି, ତୃପ୍ତି, ଲୀଳାବତୀ, ଅନିତା ଓ ସସ୍ମିତା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ଶିକ୍ଷୟିତ୍ରୀ ପଦ୍ମିନୀ ପୁହାଣ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories