www.samajalive.in
Monday, December 15, 2025
27.1 C
Bhubaneswar

ରାଧାବଲ୍ଲଭପୁରରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ

ଆଠଗଡ :  ଆଠଗଡ ବ୍ଲକର ରାଧାଗୋବିନ୍ଦପୁର ପଞ୍ଚାୟତ ଅଧିନ ରାଧାବଲ୍ଲଭପୁର ଗ୍ରାମରେ ଗୁରୁଦିବସ ଅବସରରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ସଭାପତି ଲକ୍ଷ୍ମୀଧର ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ ପ୍ରତାପ ଚନ୍ଦ୍ର ରାଉତ ମୁଖ୍ୟଅତିଥି, ୱାର୍ଡ ସଭ୍ୟ କପିଳେଶ୍ୱର ମନ୍ତ୍ରୀ ଓ ମନୋରଞ୍ଜନ ରାଉତ ସମ୍ମାନିତ ଅତିଥି ରୂପେ ଯୋଗଦେଇ ବିଦ୍ୟାର୍ଥୀଙ୍କର ଉତ୍ତମ ଜୀବନ ଗଠନ ଦିଗରେ ଶିକ୍ଷକଙ୍କର ଅବଦାନ ଅତୁଳନୀୟ ଏବଂ ସମାଜ ସଂସ୍କାର କ୍ଷେତ୍ରରେ ଗୁରୁଙ୍କର ଭୁମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଦିଗମ୍ବର ନାୟକ, ବଟକୃଷ୍ଣ ସେଠୀ ଏବଂ ଶ୍ରୁତିଧର ପ୍ରଧାନଙ୍କୁ ଗ୍ରାମ ପକ୍ଷରୁ ସଭାପତି ଓ ଅତିଥିଗଣ ସମ୍ବର୍ଦ୍ଧିତ କରିଥିଲେ। ସମ୍ବର୍ଦ୍ଧନାର ଉତ୍ତରରେ ୩ଜଣ ଯାକ ଶିକ୍ଷକ ନିଜର ଅଭିଜ୍ଞତା ଓ ଅନୁଭୂତି ସଂପର୍କରେ ଆଲୋକପାତ କରିଥିଲେ। ଅମୀୟ କୁମାର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories