www.samajalive.in
Saturday, December 13, 2025
17.1 C
Bhubaneswar

ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ

ଗୁରୁଡିଝାଟିଆ: ମାଧବପୁରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷକ-ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ମଧୁସ୍ମୀତା ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଧ୍ୟୟନରତ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଓ ସୁରକ୍ଷା ସଂପର୍କରେ ଆଲୋକପାତ କରିଥିଲେ । ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ରାଷ୍ଟ୍ରୀୟ ବାଲ ସୁରକ୍ଷା କାର୍ଯ୍ୟକ୍ରମର ଆୟୁଷ ଚିକିତ୍ସକ ଡାକ୍ତର ଦୀପକ ରାଜ ରକ୍ତହୀନତା ଓ ବାଲ୍ୟ ବିବାହର ଅପକାରିତା ସଂପର୍କରେ ଉପସ୍ଥିତ ଅଭିଭାବକ ମାନଙ୍କୁ ବୁଝାଇଥିଲେ । ଆଠଗଡ ବ୍ଲକ ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର ମଲ୍ଲିକ, ମହାକାଳବସ୍ତ ସରପଞ୍ଚଙ୍କ ପ୍ରତିନିଧି ଅଶୋକ କୁମାର ରାଉଳ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ । ଉପସ୍ଥିତ ସମସ୍ତ ଅତିଥି,ଅଭିଭାବକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସବିତା ଘଡେଇ ବିବରଣୀ ପାଠ କରିଥିବା ବେଳେ ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ୱେତପଦ୍ମା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories