www.samajalive.in
Monday, December 15, 2025
17.1 C
Bhubaneswar

ବରିଷ୍ଠ ନାଗରିକ ମଞ୍ଚର ଅମୃତ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଗୁରୁଡିଝାଟିଆ: ଦେଶ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ପାଳନ ପାଇଁ କଖଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଶ୍ରୀରାମ ବରିଷ୍ଠ ନାଗରିକ ସଂଘର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ସଂଘର ସଭାପତି ଭାଗିରଥି ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସଂଘର ସମସ୍ତ ସଦସ୍ୟମାନଙ୍କୁ ତ୍ରିରଙ୍ଗା ପତାକା ପ୍ରଦାନ କରାଯାଇଛି । ସଂଘର ସମସ୍ତ ସଦସ୍ୟ ସ୍ୱାଧୀନତା ଦିବସରେ ଗ୍ରାମ ପଞ୍ଚାୟତରେ ଉପସ୍ଥିତ ରହି ଅମୃତ ମହୋତ୍ସବ ପାଳନ କରିବା ସହ ତ୍ରିରଙ୍ଗା ଯାତ୍ରା ପାଳନ କରିବେ । ପ୍ରାରମ୍ଭରେ ସଂଘର ବରିଷ୍ଠ ସଦସ୍ୟ ମହାକାଳବସ୍ତ ପଞ୍ଚାୟତର ପୂର୍ବତନ ସରପଞ୍ଚ ବ୍ରହ୍ମାନନ୍ଦ ଧଳଙ୍କ  ସ୍ମୃତିଚାରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରରେ ସ୍ଥାନୀୟ ସରପଞ୍ଚ କଳ୍ପନା ଛତାର, ରତ୍ନାକର ଧଳ, ଚନ୍ଦ୍ରଶେଖର ପରିଡା, ଗୌରାଙ୍ଗ ଅମହନ୍ତ, ପିତବାସ ବାରିକ ପ୍ରମୁଖ ବୈଠକରେ ଯୋଗଦେଇ ଆଲୋଚନା କରିଥିଲେ । ସଂଘର ସଂପାଦକ କିରଣ ବିହାରୀ ଖଟୁଆ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories