www.samajalive.in
Sunday, December 7, 2025
16.1 C
Bhubaneswar

ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନୂତନ ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ

ଗୁରୁଡିଝାଟିଆ : ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ନୂତନ ଅଟ୍ଟାଳିକାର ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନୂତନ ୩ ମହଲା ବିଶିଷ୍ଟ ଅଟ୍ଟାଳିକାର ଭିତ୍ତିପ୍ରସ୍ତରର ଶୁଭ ଦେଇ କହିଥିଲେ, ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛି। ଆଗାମୀ ଦିନରେ ଅଧିକ ଉନ୍ନତ ମାନର ସ୍ୱାସ୍ଥ୍ୟସେବା ଗୋଟିଏ ଛାତ ତଳେ ଉପଲବ୍ଧ ହେବ। ୩ ମହଲା ବିଶିଷ୍ଟ ନୂତନ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ଅଟ୍ଟାଳିକାରେ ସମସ୍ତ ଅତ୍ୟାଧୁନିକ ସୁବିଧା ଯୁଯୋଗ, ଲିଫ୍ଟ ଆଦି ରହିବ। ଏଥିପାଇଁ ୧୭୬୭.୬୭ ଲକ୍ଷ ବ୍ୟୟ ଅଟକଳ ବ୍ୟବସ୍ଥା ରହିଛି। ରାସ୍ତା ଓ କୋଠାବାଡି ବିଭାଗ ପକ୍ଷରୁ ଏଥିପାଇଁ କାର୍ଯ୍ୟାଦେଶ ମଧ୍ୟ ପ୍ରଦାନ କରାଯାଇଛି। ଏହି ଭିତ୍ତିପ୍ରସ୍ତର ଉତ୍ସବରେ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡାକ୍ତର ଦିଲ୍ଲିପ ଦାସ, ଜିଲ୍ଲାପରିଷଦ ସଦସ୍ୟ ବଳଭଦ୍ର ବାଘ, କଖଡି ସରପଞ୍ଚ କଳ୍ପନା ଛତାର, ସ୍ଥାନୀୟ ସରପଞ୍ଚ ଶକ୍ତିକାନ୍ତ ସାହୁ, ସମିତି ସଭ୍ୟ ସୌମ୍ୟରଞ୍ଜନ ପଣ୍ଡା, ପ୍ରଦୀପ କୁମାର ମହାନ୍ତି, ପୂର୍ବତନ ସରପଞ୍ଚ ହୃଦାନନ୍ଦ ସାମନ୍ତ, ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଭାତ କୁମାର ବେହେରା ଓ ଚିକିତ୍ସାଳୟର ଚିକିତ୍ସକ ଏବଂ କର୍ମଚାରୀମାନେ ଉପସ୍ଥିତ ରହିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories