www.samajalive.in
Friday, December 12, 2025
14.1 C
Bhubaneswar

ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନୂତନ ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ

ଗୁରୁଡିଝାଟିଆ : ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ନୂତନ ଅଟ୍ଟାଳିକାର ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନୂତନ ୩ ମହଲା ବିଶିଷ୍ଟ ଅଟ୍ଟାଳିକାର ଭିତ୍ତିପ୍ରସ୍ତରର ଶୁଭ ଦେଇ କହିଥିଲେ, ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛି। ଆଗାମୀ ଦିନରେ ଅଧିକ ଉନ୍ନତ ମାନର ସ୍ୱାସ୍ଥ୍ୟସେବା ଗୋଟିଏ ଛାତ ତଳେ ଉପଲବ୍ଧ ହେବ। ୩ ମହଲା ବିଶିଷ୍ଟ ନୂତନ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ଅଟ୍ଟାଳିକାରେ ସମସ୍ତ ଅତ୍ୟାଧୁନିକ ସୁବିଧା ଯୁଯୋଗ, ଲିଫ୍ଟ ଆଦି ରହିବ। ଏଥିପାଇଁ ୧୭୬୭.୬୭ ଲକ୍ଷ ବ୍ୟୟ ଅଟକଳ ବ୍ୟବସ୍ଥା ରହିଛି। ରାସ୍ତା ଓ କୋଠାବାଡି ବିଭାଗ ପକ୍ଷରୁ ଏଥିପାଇଁ କାର୍ଯ୍ୟାଦେଶ ମଧ୍ୟ ପ୍ରଦାନ କରାଯାଇଛି। ଏହି ଭିତ୍ତିପ୍ରସ୍ତର ଉତ୍ସବରେ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡାକ୍ତର ଦିଲ୍ଲିପ ଦାସ, ଜିଲ୍ଲାପରିଷଦ ସଦସ୍ୟ ବଳଭଦ୍ର ବାଘ, କଖଡି ସରପଞ୍ଚ କଳ୍ପନା ଛତାର, ସ୍ଥାନୀୟ ସରପଞ୍ଚ ଶକ୍ତିକାନ୍ତ ସାହୁ, ସମିତି ସଭ୍ୟ ସୌମ୍ୟରଞ୍ଜନ ପଣ୍ଡା, ପ୍ରଦୀପ କୁମାର ମହାନ୍ତି, ପୂର୍ବତନ ସରପଞ୍ଚ ହୃଦାନନ୍ଦ ସାମନ୍ତ, ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଭାତ କୁମାର ବେହେରା ଓ ଚିକିତ୍ସାଳୟର ଚିକିତ୍ସକ ଏବଂ କର୍ମଚାରୀମାନେ ଉପସ୍ଥିତ ରହିଥିଲେ।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories