www.samajalive.in
Monday, December 15, 2025
14.1 C
Bhubaneswar

ଗୁରୁଡିଝାଟିଆ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାତାଙ୍କ ବିୟୋଗରେ ସ୍ମୃତିସଭା

ଗୁରୁଡିଝାଟିଆ : ଗୁରୁଡିଝାଟିଆ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଣପ୍ରତିଷ୍ଠାତା ତଥା ପୂର୍ବତନ ବିଧାୟକ ରସାନନ୍ଦ ସାହୁଙ୍କ ବିୟୋଗରେ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ଦୀପ୍ତିମୟୀ ସାହୁଙ୍କ ଅଧ୍ୟକ୍ଷତାରେ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ରମ୍ଭାବତୀ ସାହୁ, ସ୍ୱର୍ଗତ ସାହୁଙ୍କ କର୍ତ୍ତବ୍ୟନିଷ୍ଠା, ସାଙ୍ଗଠନିକ ଦକ୍ଷତା ଓ ବିଦ୍ୟାଳୟ ପ୍ରତିଷ୍ଠା କ୍ଷେତ୍ରରେ ଥିବା ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । ଶିକ୍ଷାବିତ୍ ବିମ୍ବାଧର ନାୟକ, ଅବସରପ୍ରାପ୍ତ ବନ ଅଧିକାରୀ ବିପ୍ରଚରଣ ବେହେରା, ସୁଧିର କୁମାର ପରିଡା, ମନୋଜ କୁମାର ଜେନା, ବିଦ୍ୟାଳୟ ଶିକ୍ଷୟିତ୍ରୀ ଭକ୍ତିଲତା ବେହେରା, ସାଗରିକା ନାଥ, ଇତିଶ୍ରୀ ସାହୁ, ହେନାରାଣୀ ଓଝା, ଲିସାଲିନ ପଟ୍ଟନାୟକ, ସୁବ୍ରତ କୁମାର ସୋରେନ ପ୍ରମୁଖ ଉପସ୍ଥିତ ରହି ସ୍ମୃତିଚାରଣ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories