www.samajalive.in
Monday, December 15, 2025
15.1 C
Bhubaneswar

ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ଚୌଦ୍ୱାର : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟ ପରିଚାଳନା ସମିତି ସଭାପତି ସ୍ୱପ୍ନା ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସାଳୟର ଡା. ସୁଲଗ୍ନା ମହାନ୍ତି ଉଦଘାଟନ କରି ସାମ୍ପ୍ରତିକ ସମାଜରେ ବିଜ୍ଞାନର ଆବଶ୍ୟକତା ଉପରେ ମାର୍ଗଦର୍ଶନ ଦେଇଥିଲେ। ଆୟୋଜିତ ବିଜ୍ଞାନ ପ୍ରକଳ୍ପ, ବିଜ୍ଞାନ ପ୍ରଶ୍ନମଞ୍ଚ, ସଂସ୍କୃତି ଜ୍ଞାନ,କଥା କଥନ, ବିଜ୍ଞାନ ପତ୍ର ବାଚନ, ଗଣିତ ପ୍ରୟୋଗ ଆଦି କାର୍ଯ୍ୟକ୍ରମରେ ମୋଟ ୩୮୦ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ଶିକ୍ଷାଧିକାରୀ ସରୋଜିନୀ ସାହୁ ଓ ସହକାରୀ ଶିକ୍ଷାଧିକାରୀ ଅରୁନ୍ଧତୀ ମିଶ୍ର ଅତିଥି ଭାବେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରିଥିଲେ। ପ୍ରଧାନ ଆଚାର୍ଯ୍ୟା ସ୍ନିଗ୍ଧା ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ବିଜ୍ଞାନ ପ୍ରମୁଖ ପବିତ୍ର କର ବୃତ୍ତ କଥନ ପାଠ କରିଥିଲେ। ବରିଷ୍ଠ ଆଚାର୍ଯ୍ୟ ବାଣୀ ଭୂଷଣ ମହାନ୍ତିଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳନା ସମିତି ସମ୍ପାଦକ ମାନସ ସାହୁ, ସୂର୍ଯ୍ୟ ନାରାୟଣ ଦାସ, ବିଦ୍ୟାଳୟର ଗୁରୁଜୀ ଓ ଗୁରୁମାବୃନ୍ଦ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories