www.samajalive.in
Tuesday, December 9, 2025
15.1 C
Bhubaneswar

ବୃନ୍ଦାବତୀ ନିବାସ ଆଗରେ ହବିଷ୍ୟାଳିଙ୍କ ଆନ୍ଦୋଳନ

ପୁରୀ: ୧୮ ତାରିଖରୁ ପୁରୀରେ କାର୍ତ୍ତିକ ବ୍ରତ ଆରମ୍ଭ । ଏଥିଲାଗି ପୁରୀରେ ଉଭୟ ଶ୍ରଦ୍ଧାଳୁ ଓ  ହବିଷ୍ୟାଳିଙ୍କ ଭିଡ ଜମିଛି। ଚଳିତ ବର୍ଷ ୨୫ ଶହ ହବିଷ୍ୟାଳିଙ୍କ ରହିବା, ମହାପ୍ରସାଦ ସେବନ ଏବଂ ଶ୍ରୀମନ୍ଦିର ଦର୍ଶନ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭିଡ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।  ଆସନ୍ତା ୧୮ତାରିଖରୁ କେବଳ ସିଂହଦ୍ବାର ଏବଂ ପଶ୍ଚିମ ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ଏହାରି ମଧ୍ୟରେ ଆଜି ହବିଷ୍ୟାଳି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ବୃନ୍ଦାବତୀ ନିବାସରେ ହବିଷ୍ୟାଳିମାନେ ଆନ୍ଦୋଳନ କରିଛନ୍ତି।    ପଞ୍ଜୀକରଣ କରିନଥିବା ହବିଷ୍ୟାଳିମାନେ ରହିଣୀ ଦାବି କରି ଅସନ୍ତୋଷ ପ୍ରକାଶ କରିଛନ୍ତି। ପରେ ଖବର ପାଇ ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଛନ୍ତି। ଏବଂ ପ୍ରଥମେ ପଞ୍ଜିକୃତ ହବିଷ୍ୟାଳି ଏବଂ ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଦିଆଯିବ ବୋଲି ଉପଜିଲ୍ଲାପାଳ ମତ ରଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories