www.samajalive.in
Friday, December 5, 2025
27.1 C
Bhubaneswar

ଆଜି ୩ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇଛି। ବାରିପଦା, କେନ୍ଦୁଝର, ବାଲେଶ୍ବର, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ହୀରାକୁଦ ଏବଂ ସୁବର୍ଣ୍ଣପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଟିଟିଲାଗଡ଼, ବୌଦ୍ଧ ଏବଂ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୬.୬ଡିଗ୍ରୀ ଲେଖାଏଁ ରହିଥିବାବେଳେ ଅନ୍ୟ ସ୍ଥାନରେ ୩୪ରୁ ୩୫ଡିଗ୍ରୀ ମଧ୍ୟରେ ରହିଛି। ଆସନ୍ତା ୨୪ଘଣ୍ଟାରେ କେନ୍ଦୁଝର, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାକୁ ବଜ୍ରପାତ ସତର୍କ ସୂଚନା ଜାରି ହୋଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories