www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର – ଭୁବନେଶ୍ୱର କଟକ ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ଯୋଗୁଁ ବର୍ଷା ହୋଇଛି । ଏଥିପାଇଁ ପ୍ରବଳ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳ ବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୭ରୁ ୮ ଡିଗ୍ରୀ ହ୍ରାସ ପାଇଛି ।

କଟକ, ଖୋର୍ଦ୍ଧା, ନାୟାଗଡ, ପୁରୀ, ଜଗତସିଂହପୁରରେ କାଳବୈଶାଖୀ ବର୍ଷା ନେଇ ସ୍ଥାନୀୟ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଥିଲା ।
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଥିଲା। ୩୮.୪ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର । ଭବାନୀପାଟଣାରେ ୩୭.୪, ବାରିପଦାରେ ୩୬.୪, ବଲାଙ୍ଗୀରରେ ୩୬.୨, ଟିଟଲାଗଡ ଓ ବାଲେଶ୍ଵରରେ ୩୬, ହୀରାକୁଦରେ ୩୫.୬, ଝାରସୁଗୁଡା ଓ କେନ୍ଦୁଝରରେ ୩୫.୪, କଟକ​‌ରେ ୩୫ ଡିଗ୍ରୀ, ସମ୍ବଲପୁର , ମାଲକାନଗିରି ଓ ବୌଦ୍ଧରେ ୩୫ , ଭୁବନେଶ୍ଵରଓ ସୋନପୁରରେ ୩୪.୮, ରାଉରକେଲାରେ ୩୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।

- Advertisement -

ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏବଂ ଆଉ ଦୁଇ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ପୂର୍ବ ପରି ବଳବତ୍ତର ରହିବ। କାଳବୈଶାଖୀ ବର୍ଷା ପ୍ରଭାବରେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories