www.samajalive.in
Wednesday, December 10, 2025
23.1 C
Bhubaneswar

ଘନ କେଶର ରହସ୍ୟ

ଏବର ସମୟରେ ଯୁବପିଢ଼ିଙ୍କର କେଶ ଝଡ଼ା ଏକ ସାଧାରଣ ସମସ୍ୟା ଭାବେ ଦେଖାଦେଇଛି। ଏହା ପଛର ମୁଖ୍ୟ କାରଣ ହେଲା ବିଭିନ୍ନ ରାସାୟନିକ ତତ୍ତ୍ବ ଥିବା ଶ୍ୟାମ୍ପୁ ବ୍ୟବହାର କରିବା, ନିୟମିତ ଭାବେ କେଶ େଷ୍ଟ୍ରଟ୍ ଓ କଲର କରାଇବା। ଘନ କେଶ ପାଇବା ନିମନ୍ତେ ସରଳ ଉପଚାର କରିବାର ଆବଶ୍ୟକତା ରହିଛି।

୨ ଚାମଚ ଆପଲ୍ ସିଡାର ଭିନେଗାରରେ ୨ଚାମଚ ଅଲିଭ ତେଲ ଓ ୩ ଅଣ୍ଡା ମିଶାଇ ଫେଣ୍ଟିନେବେ। ଏବେ ସେହି ମିଶ୍ରଣକୁ କେଶମୂଳରେ ଲଗାଇ ଅଢ଼େଇ ଘଣ୍ଟା ପରେ କେଶ ଧୋଇବେ। ସପ୍ତାହକୁ ୨ ଥର ଏପରି କଲେ ନିଜେ ଫରକ୍ ଜାଣିପାରିବେ।

- Advertisement -

ଶୁଦ୍ଧ ନଡ଼ିଆ ତେଲ, ଅଲିଭ ଓ ବାଦାମ ତେଲ କେଶ ନିମନ୍ତେ ଖୁବ୍ ଉତ୍ତମ। ସପ୍ତାହରେ ୨ ରୁ ୩ଥର ଏହି ତେଲର ମିଶ୍ରଣକୁ କେଶମୂଳରେ ଲଗାଇଲେ କେଶ ଝଡ଼ା ବନ୍ଦ ହୋଇଥାଏ।

ଓଦା କେଶ ନ ଶୁଖିବା ପର୍ୟ୍ୟନ୍ତ କେଶରେ ତଉଲିଆ ଘୋଡ଼ାଇ ରଖନ୍ତୁ। ଏହା ମଧ୍ୟ କେଶ ଝଡ଼ାରୁ ରକ୍ଷା କରେ।

କେଶର ଘନତ୍ବ ବଢ଼ାଇବା ପାଇଁ ଅଣ୍ଡା ସପ୍ତାହକୁ ୨ ଥର ଲଗାଇବା ଉପକାରୀ।

ଅଲିଭ ତେଲ ଓ ଚନ୍ଦନ ତେଲର ମିଶ୍ରଣ ମଧ୍ୟ କେଶ ପାଇଁ ମହୌଷଧି ପରି କାମ କରିଥାଏ।

Hot this week

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

Related Articles

Popular Categories