www.samajalive.in
Saturday, December 6, 2025
16.1 C
Bhubaneswar

ବିଜେପି ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

କଲମପୁର: ଆଜାଦୀକା ଅମୃତ ମହୋତ୍ସବ ପାଳନ ଅବସରରେ ରବିବାର କଲମପୁର ମଣ୍ଡଳ ବିଜେପି ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମଣ୍ଡଳ ସଭାପତି କମଳ ବାଗ, ସାଂସଦଙ୍କ ପ୍ରତିନିଧି ହୃଷିକେଶ ବେହେରା, ରୋଗୀକଲ୍ୟାଣ ସମିତି ପ୍ରତିନିଧି ନୀଳକଣ୍ଠ ସୁନାନୀ, ସୁଧିର ବାଗ, ଯୁବ ନେତା ହରେକୃଷ୍ଣ ସାହୁ, ସୌରଭ କୁମାର ବେହେରା, ସୁଜିତ କୁମାର ଦଣ୍ଡସେନା ପ୍ରମୁଖଙ୍କ ନେତୃତ୍ୱରେ ବିଜେପି କର୍ମୀ ହାତରେ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରିଥିଲେ। ଏଥିସହ ଲୋକଙ୍କୁ ତ୍ରିରଙ୍ଗା ପତାକା ପ୍ରଦାନ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତ୍ୟେକ ପରିବାରକୁ ତ୍ରିରଙ୍ଗା ପତାକା ଉଡ଼ାଇବା ପାଇଁ ପରାମର୍ଶ ଦେଇଥିବାରୁ ବିଜେପି କର୍ମୀ ଏହି କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ସ୍ଥାନୀୟ ନିର୍ମାଲ୍ୟ କ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରୁ ଲଙ୍କେଶ୍ୱରୀ ମନ୍ଦିରପଡ଼ା, କାଳୀକୃଷ୍ଣ ମନ୍ଦିର ପଡ଼ା ଦେଇ ବେଲପଡ଼ା ତାରିଣୀ ମନ୍ଦିର ପର୍ଯ୍ୟନ୍ତ ଏହି ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିିତ ହୋଇଥିଲା।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories