www.samajalive.in
Saturday, December 6, 2025
16.1 C
Bhubaneswar

ବସ୍ ଓ କୁକୁଡା ବୋଝେଇ ପିକଅପ୍‌ ଭ୍ୟାନ୍ ଧକ୍କା: ଦୁଇ ଆହତ

ହରଭଙ୍ଗା: ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଲୁଣିବାହାଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ସରକାରୀ ବସ୍‌ ଏବଂ କୁକୁଡା ବୋଝେଇ ପିକଅପ ମଧ୍ୟ ମୁହାଁମୁହିଁ ଧକ୍କା ହୋଇଛି।ଏଥିରେ ଦୁଇ ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ଏକ ସରକାରୀ ବସ୍ ଝାରସୁଗୁଡାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ଲୁଣିବାହାଲ ନିକଟରେ ବିପରୀତ ଦିଗରୁ ଏକ କୁକୁଡା ବୋଝେଇ ପିକଅପ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପିକଅପରେ ଥିବା ରାମ୍ଭିକଟା ଗାଁର ଡ୍ରାଇଭର ଓ ଅନ୍ୟ ଜଣେ ଆହତ ହୋଇଥିଲେ। ଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା । ପୁରୁଣା କଟକ ପୁଲିସ୍  ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories