www.samajalive.in
Sunday, December 7, 2025
23.1 C
Bhubaneswar

ବାଇକ୍‌‌ ଦୁର୍ଘଟଣାରେ ଯୁବକ ମୃତ

ହରଭଙ୍ଗା: ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକ-ଛତ୍ରଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ଲୋକାପଡ଼ା ନିକଟରେ ଗୁରୁବାର ମଧ୍ୟାହ୍ନ ସମୟରେ ଏକ ବାଇକ୍‌‌ ଦୁର୍ଘଟଣା ଘଟିଛି। ଏଥିରେ ସାନୁଜ ମଲ୍ଲିକ(୨୩) ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଛତ୍ରଙ୍ଗ ପଟୁ ଚାରିଛକ ଆଡକୁ ବାଇକ୍‌‌ ଯୋଗେ ଫୁଲବାଣୀ ଅଂଚଳର କିଛି ଯୁବକ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ସାନୁଜଙ୍କ ଘଟଣାସ୍ଥଳରେ ମୃତ୍ୟୁ ହେବା ଦେଖି ଅନ୍ୟ ସହଯୋଗୀମାନେ ଗାଡିଧରି ଘଟଣାସ୍ଥଳରୁ ଫେରାର ମାରିଥିଲେ। ଖବରପାଇ ଘଟଣାସ୍ଥଳରେ ହରଭଙ୍ଗା ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରି ପୁରୁଣାକଟକ ମେଡିକାଲ ପହଞ୍ଚାଇଥିଲେ। ମୃତ ଯୁବକଙ୍କ ଘର କନ୍ଧମାଳ ଜିଲ୍ଲା ବୋଲି ସୂଚନା ମିଳିଛି। ଖବରଲେଖା ପର୍ଯ୍ୟନ୍ତ ପୁରୁଣାକଟକ ମେଡିକାଲରେ ପରିବାର ଲୋକେ ପହଞ୍ଚି ପାରିନଥିବାରୁ ମୃତଦେହ ବ୍ୟବଛେଦ ହୋଇନଥିବା ଜଣାପଡ଼ିଛି। ପୁରୁଣାକଟକ ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories