www.samajalive.in
Sunday, December 14, 2025
26.1 C
Bhubaneswar

ଟ୍ରକ ସହିତ ଟାଟାଏସି ମୁହାଁମୁହିଁ ଧକ୍କା, ଜଣେ ମୃତ

ହରଭଙ୍ଗା: ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅର୍ନ୍ତଗତ ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟରାଜପଥର ମାଧପୁର ଛକ ନିକଟରେ ଶନିବାର ସକାଳେ ଏକ ଲୁହା ବୋଝେଇ ଟ୍ରକ ସହିତ ଟାଟାଏସି ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଟାଟାଏସି ଚାଳକ ଗୋଲେଖ ବେହେରା(୪୦)ଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।ସୂଚନା ଅନୁସାରେ ଆଜି ସକାଳେ ଏହି ଜାତୀୟରାଜପଥ ଦେଇ ବୌଦ୍ଧ ପଟୁ ଏକ ଲୁହା ବୋଝେଇ ଟ୍ରକ ଭୁବନେଶ୍ୱର ଅଭିମୁଖେ ଯାଉଥିଲା।

ଏହି ସମୟରେ ବିପରୀତଦିଗ ମାଧପୁର ପଟୁ ରାଣିଗଞ୍ଜ ଅଭିମୁଖେ ଯାଉଥିବା ଏକ ଟାଟା ଏସି ଗାଡି ସହିତ ମୁହାଁ ମୁହିଁ ବାଡେଇହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଟାଟାଏସି ଚାଳକଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟଲୋକେ କ୍ଷତିପୂରଣଦାବୀରେ ଜାତୀୟ ରାଜପଥ ଅବରୋଧ କରିଥିଲେ।ଖବରପାଇ ହରଭଙ୍ଗା ତହସିଲଦାର ଶମ୍ଭୁଭୂଷଣ ମିଶ୍ର ଘଟଣାସ୍ଥଳରେ ପହଞ୍ଚି ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା କ୍ଷତିପୂରଣ ଦେବାପରେ ରାସ୍ତାରୋକ ହଟିଥିଲା। ପୁରୁଣାକଟକ ପୁଲିସ ଘଟଣାର ଅଧିକ ତଦନ୍ତ ଚଳେଇଥିବା ଜଣାପଡିଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories