www.samajalive.in
Thursday, December 11, 2025
23.1 C
Bhubaneswar

ଭୈରବୀ ଡିଗ୍ରୀ କଲେଜର ମୋ ମାଟି, ମୋ ଦେଶ କାର୍ଯ୍ୟକ୍ରମ

ହରଭଙ୍ଗା: ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ କଲେଜ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଅଧ୍ୟକ୍ଷ ରମେଶ ଚନ୍ଦ୍ର ତାରେଣିଆଙ୍କ ଅଧ୍ୟକ୍ଷତାରେ କଲେଜର ମୋ ମାଟି, ମୋ ଦେଶ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଅଧ୍ୟାପକ ଲଳିତ କୁମାର ମେହେର ଯୋଗ ଦେଇ କାର୍ଯ୍ୟକ୍ରମର ମହତ୍ତ୍ୱ, ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ଅଧ୍ୟକ୍ଷ ଶ୍ରୀ ତାରେଣିଆ ଛାତ୍ରଛାତ୍ରୀଙ୍କ ମନରେ ଦେଶପ୍ରେମ ଓ ଜାତୀୟ ସଂହତି ସୃଷ୍ଟି ନିମନ୍ତେ ପ୍ରେରଣା ଦେବା ସହ ସ୍ୱାଧୀନତା ଦିବସରେ ଘରେ ଘରେ ତ୍ରିରଙ୍ଗା ପତାକା ଉଡାଇବାକୁ ଉଦବୋଧନ ଦେଇଥିଲେ। ଅଧ୍ୟାପକ ଡ଼କ୍ଟର ପ୍ରମୋଦ କୁମାର ମହାପାତ୍ର, ପୀତବାସ ମେହେର, ଅଧ୍ୟାପିକା ଡ଼ଲି ବେହେରା, ପୂଜା ଦେଓ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମରେ ଯୁବ ରେଡ଼କ୍ରସ ଜିଲ୍ଲା ସଂଯୋଜକ ସୁରେଶ୍ୱର ଯୋଶୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଜାତୀୟ ସେବା ଯୋଜନା ଅଧିକାରୀ ରଞ୍ଜିତ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories