www.samajalive.in
Friday, December 12, 2025
27.1 C
Bhubaneswar

ମନ୍ତ୍ରୀଙ୍କ ଦ୍ୱାରା ବୁଲୁରା ସ୍ୱାସ୍ଥ୍ୟ ଉପକେନ୍ଦ୍ର ଉଦଘାଟିତ

ହରଭଙ୍ଗା: ହରଭଙ୍ଗା ବ୍ଲକ ଶଙ୍କୁଲେଇ ପଂଚାୟତ ଅର୍ନ୍ତଗତ ବୁଲୁରାଠାରେ ନୂତନଭାବେ ଏକ ସ୍ୱାସ୍ଥ୍ୟ ଉପକେନ୍ଦ୍ର ମାନ୍ୟବର ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ କରକମଳରେ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀଙ୍କ ସହିତ ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ,ବୌଦ୍ଧ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଜୟକୃଷ୍ଣ ମିଶ୍ର, ଶଙ୍କୁଲେଇ ସରପଞ୍ଚ ସୁଶ୍ରୀତା ଛନ୍ଦ,ସମିତି ସଭ୍ୟ ରଶ୍ମିତା ମହାକୁଡ, ହରଭଙ୍ଗା ବ୍ଲକ ମେଡିକାଲ ଅଫିସର ଡାକ୍ତର ଶ୍ରୀମନ୍ତ ସ୍ୱାଇଁ, ହରଭଙ୍ଗା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଡାକ୍ତର ଶ୍ୟାମପ୍ରସାଦ ମେହେର ପ୍ରମୁଖ ଯୋଗଦାନ କରିଥିଲେ। ଏଠାରେ ଏକ ଉପସ୍ୱାସ୍ଥ୍ୟକେନ୍ଦ୍ର ଖୋଳିବା ଫଳରେ ରାଉତପଡା, ବୁଲୁରା, ପାଣିଘରା, ନାଏକପଡା ଭଳି ୪/୫ଟି ଗାଁଲୋକେ ପ୍ରାଥମିକ ଚିକିତ୍ସା ପାଇଁ ସହାୟକ ହୋଇପାରିବ। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories