www.samajalive.in
Saturday, December 13, 2025
27.1 C
Bhubaneswar

ହରଭଙ୍ଗାରେ ଜିଲାପାଳଙ୍କ ଜନଶୁଣାଣି; ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ଲକ୍ଷ୧୪ହଜାର ଟଙ୍କାର ସହାୟତା

ହରଭଙ୍ଗା: ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତି ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ବିଭିନ୍ନ ସ୍ଥାନରୁ ୧୪୨ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥିରୁ ୧୩୭ଟି ବ୍ୟକ୍ତିଗତ, ୦୫ଟି ସାମୂହିକ ଅଭିଯୋଗ ରହିଥିଲା।ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ୧୦୯ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୧ଜଣଙ୍କୁ ୨ଲକ୍ଷ ୧୪ହଜାର ଟଙ୍କା ଏବଂ ୦୫ଜଣଙ୍କୁ ହ୍ବିଲ ଚେୟାର ସହାୟତା ପ୍ରଦାନ କରାଯାଇଥିଲା।

ଆଜିର କାର୍ଯ୍ୟକ୍ରମରେ ଜିଲାପାଳଙ୍କ ସହିତ ବୌଦ୍ଧ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏମ.ମିଞ୍ଜ, ବୌଦ୍ଧ ଉପଜିଲାପାଳ ରବୀନ୍ଦ୍ର ନାଥ କହଁର, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ହରଭଙ୍ଗା ଅତିରିକ୍ତ ତହସିଲଦାର ସମ୍ବିତ ସାମଲ, ଜିଲା ସୂଚନା ଲୋକସମ୍ପର୍କ ଅଧିକାରୀ ରୀତିକାନ୍ତ ବଳିଆର ସିଂଙ୍କ ସହିତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories