www.samajalive.in
Wednesday, December 10, 2025
18.1 C
Bhubaneswar

ଗଣେଶ ପୂଜା ବାସୀଭୋଗ ଖାଇ ଜଣେ ମୃତ

ହରଭଙ୍ଗା: ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତ ଅର୍ନ୍ତଗତ ମୂଷାଡ ଗ୍ରାମରେ ଗଣେଶ ପୂଜା ବାସୀଭୋଗଖାଇ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ନୂଆଖାଇରେ ଗଣେଶ ପୂଜା ଭୋଗ ଖାଇ ଭାନୁମତି ସାମଲ (୭୦)ଅସୁସ୍ଥ ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବୌଦ୍ଧ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଜି ସକାଳୁ ତାଙ୍କ ମୃତଦେହ ମୂଷାଡ ଗ୍ରାମକୁ ଅଣାଯିବା ପରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

ଗଣେଶ ପୂଜା ବାସୀ ଚୂଡାଘସା ଭୋଗ ଖାଇ ମୂଷାଡ ଗ୍ରାମର ଶିଶୁ ଠାରୁ ବୟସ୍କ ପର୍ଯ୍ୟନ୍ତ ପେଟକଟା ଏବଂ ବାନ୍ତିରେ ଆକ୍ରାନ୍ତ ହୋଇ ୫୮ଜଣ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଦୁଇଦିନ ପୂର୍ବରୁ ୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିଲେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories