www.samajalive.in
Monday, December 15, 2025
15.1 C
Bhubaneswar

ବାଇକ ଏବଂ ବୋଲେରୋ ମୁହାଁମୁହିଁ, ୩ ଗୁରୁତର

ହରଭଙ୍ଗା: ବୌଦ୍ଧ ଜିଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ପୁରୁଣାକଟକ ଡାକ୍ତରଖାନା ସମ୍ମୁଖରେ ଏକ ବାଇକ ଏବଂ ବୋଲେରୋ ମୁହାଁମୁହିଁ ଦୁର୍ଘଟଣାରେ ବାଇକରେ ବସିଥିବା ୩ ଜଣ ଗୁରୁତର ଆହତ ହୋଇଥିବା ବେଳେ ବୋଲେରୋଟି ଘଟଣାସ୍ଥଳରୁ ଫେରାର ହୋଇଛି। ସୂଚନାନୁସାରେ ବୌଦ୍ଧ ଅଞ୍ଚଳର ପ୍ରସନ୍ନ ସାହୁ, ମଧୁସ୍ମିତା ପାଢ଼ୀ, ଭାବେଶ କୁମାର ସାହୁ ଏକ ବାଇକ ଯୋଗେ ବୌଦ୍ଧରୁ ଟିକାବାଲି ଯାଉଥିବା ସମୟରେ ପୁରୁଣାକଟକ ମେଡିକାଲ ସମ୍ମୁଖରେ ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୩ଜଣ ବାଇକଆରୋହି ଗୁରୁତର ଆହତ ହୋଇଥିଲେ। ଗୁରୁତରଙ୍କୁ ସ୍ଥାନୀୟଲୋକ ଉଦ୍ଦାର କରି ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ବୋଲେରୋ ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories