www.samajalive.in
Wednesday, December 10, 2025
14.1 C
Bhubaneswar

ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ନୂଆ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ଅବସରରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ ରମେଶ ଚନ୍ଦ୍ର ତାରେଣିଆ ତତ୍ତ୍ବାବଧାନରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥିଭାବେ ପୁରୁଣାକଟକ ଗ୍ରାମପଞ୍ଚାୟତ ସମିତିସଭ୍ୟ ସରୋଜ ପ୍ରଧାନ ଏହାକୁ ଉଦଘାଟନ କରିଥିଲେ। ମୁଖ୍ୟ ନୋଡାଲ ଅଫିସର ଡ଼ ପ୍ରମୋଦ କୁମାର ମହାପାତ୍ର ନୂଆ ଓଡ଼ିଶା କାର୍ଯ୍ୟକ୍ରମ ସମ୍ପର୍କରେ ବିଶଦ ବିବରଣୀ ପ୍ରଦାନ କରିଥିଲେ। ମୁଖ୍ୟ ଅତିଥି ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡ଼ିଶା ଗଠନରେ ଚିନ୍ତାଧାରାକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ସମିତିସଭ୍ୟ ପାଣ୍ଠିରୁ ପଡିଆର ଉନ୍ନତିକରଣ ପାଇଁ ୧ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ଲଲିତ ମେହେର, ସୁରେଶ୍ଵର ଯୋଶୀ, ରଞ୍ଜିତ ସାମଲ, ପିତ ବାସ ମେହେର, ଅଧ୍ୟାପିକା ସୁଷମା ରାଣୀ ବହିଦାର, ଶୁଭ୍ରା ମଲ୍ଲିକା ପ୍ରଧାନ, ପୂଜା ରାଣୀ ଦେଓ, ନିହାର ରଞ୍ଜନ ମିଶ୍ର, ଅଶୋକ କୁମାର ପ୍ରଧାନ, ଅଭିମନ୍ୟୁ ସାହୁ ମଞ୍ଚାସୀନ ଥିଲେ। ପରେ ଛାତ୍ରମାନଙ୍କୁ ନେଇ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କ୍ରୀଡ଼ା ଶିକ୍ଷକ ମଧୁସୂଦନ ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ସାମାଜିକ ସଚେତନତା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଛାତ୍ରଛାତ୍ରୀମାନଙ୍କୁ ନେଇ ମା’ ଭୈରବୀ ଠାକୁରାଣୀ ମନ୍ଦିର ପରିସରକୁ ସଫେଇ କରା ଯାଇଥିଲା। ଏହି ସ୍ବଚ୍ଛତା କାର୍ଯ୍ୟକ୍ରମକୁ ନୋଡାଲ ଅଫିସର ସୁରେଶ୍ଵର ଯୋଶୀଙ୍କ ତତ୍ତ୍ଵାବଧାନରେ ଲଲିତ କୁମାର ମେହେର ଓ ଅଧ୍ୟାପିକା ସୁଷମା ରାଣୀ ବହିଦାର ପରିଚାଳନା କରିଥିଲେ। ଅଧ୍ୟକ୍ଷ ଡ଼ ରମେଶ ଚନ୍ଦ୍ର ତାରେଣିଆ ଓ ମୁଖ୍ୟ ନୋଡାଲ ଅଫିସର ଡ଼ ପ୍ରମୋଦ କୁମାର ମହାପାତ୍ର ସ୍ୱଚ୍ଛତା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମନ୍ଦିର ପରିଚାଳନା କମିଟିର ସଭାପତି ସୁରେନ କୁମାର ପ୍ରଧାନ ଓ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଆସନ୍ତା ୨୪ତାରିଖରେ ମହାବିଦ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ବୋଲି ସାମାଜିକ ନୋଡାଲ ଅଫିସର ଅଧ୍ୟାପକ ସୁରେଶ୍ଵର ଯୋଶୀ ସୂଚନା ଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories